ଦୈନିକ ରାଶିଫଳ: 07 ଜୁଲାଇ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ସାମାନ୍ୟ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ। ବ୍ୟବସାୟର ସ୍ଥିତି ସନ୍ତୋଷଜନକ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବହୁତ ଲାଭ ହେବ। ସୁସମ୍ବାଦ ପାଇ ସାହସ ବୃଦ୍ଧିହେବ। ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନରେ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପରିବାର କଥାକୁ ଠିକ୍ ଭାବେ ବୁଝି ପାରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇବା ଉଚିତ୍। ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ। କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ। ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ। ଲୋକମାନେ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଯଦି ବ୍ୟବସାୟ ବଢେଇବା ପାଇଁ କୌଣସି ଋଣ କରିବାକୁ ଇଛା କରୁଛନ୍ତି ତେବେ ସେଥିରେ କିଛି ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିବ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-୧ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି।ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ମାଲିମୋକଦ୍ଦମାରେ ଶୁଭ ସୂଚନା ପାଇବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। କର୍ତ୍ତବ୍ୟନିଷ୍ଠା ପରାୟଣ ଯୋଗେ ଉଚ୍ଚଆଶା ସଫଳ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ।ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଗ୍ୟାଷ୍ଟିକ ସମସ୍ୟା ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ନୂତନ କାମ ଆରମ୍ଭ କରିପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶାରିରୀକ ସୁସ୍ଥତା ଦେଖା ଦେବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ଦିନ ଧାର୍ଯ୍ୟ ହୋଇ ଯିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଲାଭ କରିବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!