ମେଷ:-ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଦାମ୍ପତ୍ୟ କଳହ, ଭୟଆଶଙ୍କା ଦୂରେଇଯାଇ ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ହେବ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନଙ୍କରସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହୋଇ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଉପରିସ୍ଥ ଅଧିକାରୀଙ୍କ ଠାରୁ ପ୍ରୋତ୍ସାହନ ପାଇ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
କର୍କଟ:-ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ସିଂହ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କନ୍ୟା:-ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଭ୍ରାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ରାଜକୀୟ କାର୍ଯ୍ୟ ବା ସରକାରୀ କାର୍ଯ୍ୟରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରି ମାନ ସମ୍ମାନ ବୃଦ୍ଧି ହେବା ସହ ଅତି ଉତ୍ତମ ଫଳ ଭୋଗିବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ ବ୍ୟବସାୟରେ ପ୍ରବଳ ଧନଲାଭ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ସେୟାର ବଜାରରେ ମୁନାଫା ମିଳିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନାପାଇ ଖୁସି ହେବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରିବା ଫଳରେ ଆଶାତୀତ ଲାଭ ମିଳିବ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ କରିବା ପାଇଁ ଚେଷ୍ଟିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ରାଜନୈତିକ କ୍ଷେତ୍ରରେ ଭୟ ସତ୍ତ୍ୱେ ଜୟ ଓ ନାନା ସମସ୍ୟାର ସମାଧାନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ଆନନ୍ଦିତ ହେବେ। ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।