ଦୈନିକ ରାଶିଫଳ: 07 ଫେବୃୟାରି 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ଉତ୍ସାହିତ ହେବେ। ପ୍ରେମୀକ ପ୍ରେମିକାଙ୍କ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। ନୂତନ ଦ୍ରବ୍ୟ କ୍ରୟ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି। ସତର୍କ ନହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ପାରିବେ। ବନ୍ଧୁଙ୍କଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ କାମରେ ବିକାସ ହେବା ସହ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ନୂତନବନ୍ଧୁଙ୍କ ଆଗମନ ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!