ଦୈନିକ ରାଶିଫଳ: 07 ମଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ ଥିବା ମାମଲାରେ ବିଜୟୀ ହେବେ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ତୁଳା:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବାସହ ସାକ୍ଷାତକାରରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳହେବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତି ଘଟିବା ସହ ମାନସିକ ସ୍ଥିରତା ଦେଖାଦେବ। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବାସହ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ମିଷ୍ଟାନ ଭୋଜନ ମିଳିବ। ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!