ଦୈନିକ ରାଶିଫଳ: 07 ମଇ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବାସହ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ଓ କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ ଓ କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପସଂଶିତ ହେବେ। ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବାସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଓ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ମଉଜ-ମସ୍ତିରେ ସମୟ କଟିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!