ଦୈନିକ ରାଶିଫଳ: 07 ମାର୍ଚ୍ଚ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ମିଳିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ବଢିବ। ଶତୃ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ହେବାସହ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ କିଛି ଆଦାୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଆଧ୍ୟାତ୍ମିକ ବା ଧର୍ମ କାର୍ଯ୍ୟରେ ଲିପ୍ତ ରହିଲେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ସନ୍ତୋଷ ଜନକ ହେବ। ଆର୍ଥିକସ୍ଥିତିରେ ସୁଧାର ଆଣିବାକୁ ଚେଷ୍ଟା କରିବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକସ୍ଥିତି ସୁଧୁରିବ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଛାତ୍ରଛାତ୍ରୀ ମାନଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରୀରିକ ଅସୁସ୍ଥତା ଦୂର ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ପଢ଼ାପଢ଼ିରେ ମନଦେଇ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଗୃହରେ ଧର୍ମକାର୍ଯ୍ୟର ଆୟୋଜନ କରି ପାରନ୍ତି। ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଯୌଥ ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ ଘଟଣାରେ ପରିବର୍ତ୍ତନ ଦେଖାଦେବ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:- ସ୍ୱାସ୍ଥ୍ୟ ଠିକ୍ ରହି ସମସ୍ତ ଚିନ୍ତା ଦୂର ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଅସଜନକ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ଫଳ ପ୍ରାପ୍ତି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!