ମେଷ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ରାଜନୀତି କ୍ଷେତ୍ରରେ ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ତଳ ମହଲରୁ ଆଶାତୀତ ଲାଭ ପାଇବେ। ବିଦ୍ୟାରେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀ ମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବକେୟା ଅର୍ଥ ଆଦାୟ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ପାଇ ଖୁସି ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ମକର:-କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଋଣ ଭାରରୁ ମୁକ୍ତି ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।