ମେଷ:-ସରକାରୀ ସାହାଯ୍ୟ ମିଳିପାରେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବୃଷ:-ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।
ସିଂହ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆୟ ଉପାର୍ଜନ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବିଦ୍ୟାକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।