ଦୈନିକ ରାଶିଫଳ: 08 ଅକ୍ଟୋବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥିମାନେ କେତେକ କ୍ଷେତ୍ରରେ ଭଲ କାମକରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିପାରନ୍ତି। ବ୍ୟବସାୟରେ ଉନ୍ନତି ଓ ଭଲ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। କାର୍ଯ୍ୟକ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଦୂର ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମଚାରୀ ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଆତ୍ମୀୟମାନେ ଭିତରେ ଭିତରେ ଚେର କାଟି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:- ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ ଓ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!