ଦୈନିକ ରାଶିଫଳ: 08 ଅଗଷ୍ଟ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଅର୍ଥ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମାର୍କେଟିଂ ସମ୍ବନ୍ଧୀୟ କାର୍ଯ୍ୟକଳାପରୁ ଆପଣ ଉପକୃତ ହେବେ। ଉତ୍ତମ ସ୍ୱାସ୍ଥ୍ୟ ବଜାୟ ରଖିବା ପାଇଁ ବ୍ୟାୟାମ କରନ୍ତୁ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଉଦର ପୀଡ଼ା ଦେଖା ଦେବାସହ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ପାରିବାରିକ ଜୀବନରେ ଆନନ୍ଦିତ ହେବାସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ବିଦେଶ ଯାତ୍ରାରେ ଯଶଲାଭ ହେବାସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବାସହ ସାହାଯ୍ୟ ସହଯୋଗ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି ଓ ମାନସମ୍ମାନ ପାଇବେ।ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଆୟ ଉତ୍ତମ ହେବାସହ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ଅଧିକ। କର୍ମକ୍ଷେତ୍ରରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସିତ ହେବ। ବ୍ୟବସାୟରେ ନୂତନ ପରୀକ୍ଷଣ କରିବା ଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବା ସହ ହରାଇଥିବା ଧନ ପ୍ରାପ୍ତି ହେବ। ଋଣ ଭରଣାରେ ସହଜ ହେବାସହ ଗୃହବାହନ ପ୍ରାପ୍ତି ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିଦ୍ୟାରେ ଉନ୍ନତି ହେବାସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ରାଜନୀତି ମାମଲାରେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାମୟିକ ଚିନ୍ତା ଦୂରହୋଇ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ ପ୍ରକାରର ଗବେଷଣା ପାଇଁ ଆଗ୍ରହ ପ୍ରକାଶ ପାଇବ। ଲୋକମାନେ ଆପଣଙ୍କର କାର୍ଯ୍ୟ ଶୈଳୀକୁ ପ୍ରଶଂସା କରିବେ। ସେହି ଲୋକମାନଙ୍କଠାରୁ ଦୂରରେ ରୁହନ୍ତୁ ଯେଉଁମାନେ ଆପଣଙ୍କୁ ଭୁଲବାଟରେ ଯିବାପାଇଁ ଉତ୍ସାହିତ କରୁଛନ୍ତି। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଉଚ୍ଚ ପଦାଧିକାରୀଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ରହିବ। ରାଜନୈତିକ ବିବାଦର ସମାଧାନ ହୋଇ ଆପଣଙ୍କ ପ୍ରତିଭା ଉଜ୍ଜ୍ୱଳ ହେବ। ଅଜବ ଚିନ୍ତାଧାରା ଆପଣଙ୍କ ମନରେ ଜନ୍ମ ନେଇପାରେ।ଅନେକ କାର୍ଯ୍ୟରେ ବ୍ୟସ୍ତ ରହିବା ସତ୍ତ୍ୱେ ଆପଣ ପରିବାରକୁ ପ୍ରାଧାନ୍ୟଦେବେ। ଆପଣ ନୂତନ ପୋଷାକ ଏବଂ ଅଳଙ୍କାର କିଣିବାକୁ ଚିନ୍ତା କରିପାରନ୍ତି। ନିଜର କ୍ରୋଧକୁ ନିୟନ୍ତ୍ରଣ କରନ୍ତୁ। ଭ୍ରମଣ କରିବା ଅତ୍ୟନ୍ତ ଯନ୍ତ୍ରଣାଦାୟକ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖିଲେ ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଋଣ ଭରଣା ପାଇଁ ଚେଷ୍ଟା କରିବେ। ଆତ୍ମବିଶ୍ୱାସ ସହିତ, ଆପଣ ସମସ୍ତ କାର୍ଯ୍ୟରେ ଭଲ ପ୍ରଦର୍ଶନ କରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ମୀନ:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଭାଗିଦାରୀଙ୍କ ସହ ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିପାରେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!