ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହେବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବାସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ସୁରକ୍ଷିତ ରହି ହେବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଭାଇ, ବନ୍ଧୁ ଓ ମିତ୍ରଙ୍କ ସହିତ ମତଭେଦ ସମାପ୍ତ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ଶତୃମାନେ ଦୂରେଇ ଯିବା ଫଳରେ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାର୍ଯ୍ୟକରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା କ୍ଷୁର୍ଣ୍ଣ ହୋଇ ପାରେ। କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ଭଲ ରହିବା ସହ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ସରକାରୀ କାମରେ ସଫଳତା ମିଳିବ। ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଗୃହୋପକରଣ କ୍ରୟ କରିବେ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। କିନ୍ତୁ ଅଧିକାଂଶ କ୍ଷେତ୍ରରେ ଅନ୍ୟମାନଙ୍କ ଅପେକ୍ଷା ନିଜେଅଧିକ କାର୍ଯ୍ୟ କରିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ୱାସ୍ଥ୍ୟ ଉତ୍ତମ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ବିଚ୍ଛା:-ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ମକର:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ରାଜନୀତିରେ ଉନ୍ନତି ହେବ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସରକାରୀ କ୍ଷେତ୍ରରେ ସଫଳହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପାରିବାରିକ ମାମଲା ବହୁତ ସହଜ ସରଳହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।