ଦୈନିକ ରାଶିଫଳ: 08 ଜୁନ୍ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ।ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ପିଲାମାନଙ୍କ ସଫଳତାରେ ଖୁସିହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ଆର୍ଥିକ ଚିନ୍ତା ଦୁରହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ବିଶେଷ ଲାଭବାନ୍ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଜନସେବାରେ ନିଜକୁ ନିୟୋଜିତ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂରେଇଯିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ଯୋଗେ କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ଚିତ୍ତ ପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ପାରିବାରିକ ଜୀବନ ସୁଖରେ କଟିବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କାମ ଆରମ୍ଭ କରିପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ମିତ୍ରଭାବ ଆଚରଣ କରିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ଓ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!