ଦୈନିକ ରାଶିଫଳ: 08 ଜୁନ୍ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ। ଛାତ୍ରଛାତ୍ରୀ ମାନେ ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ। ଶରୀରପୀଡ଼ା ଭୋଗ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକା ମାନେ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ଉନ୍ନତି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସରକାରୀ କାମରେ ସଫଳତା ମିଳିବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଋଣ ଭରଣାରେ ସହଜ ହେବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:- କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!