ଦୈନିକ ରାଶିଫଳ: 08 ଜୁଲାଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଶତୃମାନେ ପରାଜିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭବାନ୍ ହେବେ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଖେଳକୁଦ, ବିଦ୍ୟାକ୍ଷେତ୍ରରେ ଓ କୃଷିକ୍ଷେତ୍ରରେ ମଧ୍ୟ ପ୍ରଶଂସା ପାଇବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂଆ ସମ୍ପର୍କରେ ଉନ୍ନତି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଗୃହୋପକରଣ କ୍ରୟ କରିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଓ ବାଦବିବାଦରେ ସଫଳତା ମିଳିବ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଅନୁକୂଳ ପରିସ୍ଥିତି ବଜାୟ ରହିବାସହ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ଆକସ୍ମିକ ଅର୍ଥଲାଭହେବ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଅର୍ଥଲାଭ ହେବ ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!