ମେଷ:-ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ସାମୟିକ ଚିନ୍ତା ଦୂରହେବ। କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ର, ଭାଇ, ବନ୍ଧୁମାନେ ସହଯୋଗ କରିବେ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ପିଲାଙ୍କସହ ଖୁସିରେ ରହିବେ। କର୍ମରେ ମନସନ୍ତୁଷ୍ଟ ରହିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଛାତ୍ର ଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ତୁଳା:-ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିରୋଧିମାନେ ଦୂରେଇଯିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ।ଗୃହୋପକରଣ କ୍ରୟ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପରିବାର ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।