ମେଷ:-ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଧନ ଲାଭ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
ମିଥୁନ:-କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବିବାଦବିବାଦରେ ସଫଳତା ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଦୂରଯାତ୍ରା କରି ବି ଶାରୀରିକ କଷ୍ଟ ଦୂରେଇ ଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ କରି ପାରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପରିବାରର କେତେକ ସମସ୍ୟା ନେଇ, କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ତୁଳା:-ସକଳ କାର୍ଯ୍ୟରେ ସଫଳତା ମିଳିବ। ମାନସିକ ଅଶାନ୍ତି ଦୂର ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ମହିଳାମାନଙ୍କ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ। ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଧାର୍ମିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ସାମାଜିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
କୁମ୍ଭ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ଅଧିକ କର୍ମବ୍ୟସ୍ତତା, ବିଶ୍ରାମଶୂନ୍ୟତା, ଗୁରୁଭୋଜନ ଓ ଖାଦ୍ୟପେୟରେ ଅନିୟମିତତା ଅସୁସ୍ଥତାର ମୁଖ୍ୟ କାରଣ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।