ଦୈନିକ ରାଶିଫଳ: 08 ଫେବୃୟାରି 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିବେ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ।ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧନର ଆଗମନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ। ଘର ପରିବାରକୁ ପ୍ରାଥମିକତା ଦେବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:- ରାଜନୀତି କ୍ଷେତ୍ରରେ ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ସାମାଜିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ସାମ୍ବାଦିକ ମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶରୀର ସୁସ୍ଥ ରହିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିତିଯାଇଥିବା ମାମଲାରେ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବାକୁ ମିଳିବ। ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ତିକ୍ତତା ଦୂର ହୋଇ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ରାଜନୀତିରେ ସଫଳତା ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!