ଦୈନିକ ରାଶିଫଳ: 08 ମଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଉଚିତ୍ ପନ୍ଥା ଗ୍ରହଣ କଲେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଆୟ ଉପାର୍ଜନ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ କାମକାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଲୋକମାନେ ଆପଣଙ୍କ ସଚ୍ଚୋଟତା ଓ ସରଳତା ଭାବ ଦେଖି ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବା ସହ ଶାନ୍ତି ଶୃଙ୍ଖଳା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ମିଷ୍ଠାନ୍ନ ଭଣ୍ଡାର, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀ ମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବିଦ୍ୟାରେଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ଜୟଯୁକ୍ତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ଅସହାୟା ଲୋକଙ୍କୁ ସାହାରା ହେବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଆଶା ମୁତାବକ ଫଳ ପାଇବେ। ପରୋପକାର ବା ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। କାରବାର ଓ ବ୍ୟାପାରରେ ଉନ୍ନତି ହୋଇ ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ ସମ୍ମାନ ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇ ହସଖୁଶିର ବାତାବରଣ ସୃଷ୍ଟି ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବା ସହ ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି।ଶତୃଙ୍କ ସହିତ ମୁକାବିଲା କରି ବହୁତ ପଇସା ଇନକମ୍ କରି ପାରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଅନୁସନ୍ଧାନ, ଗବେଷଣା, ସମୀକ୍ଷା ଓ ଶୋଧନ କାର୍ଯ୍ୟପାଇଁ ସମୟ ଉପଯୁକ୍ତ ଅଟେ। ସାମାଜିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶାରିରୀକ ଅସୁସ୍ଥତା ଦୂରହେବ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଅଚାନକ ଭାବରେ ଧନ ଲାଭ ହେବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ସତର୍କତା ଅବଲମ୍ବନ ନକଲେ ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!