ଦୈନିକ ରାଶିଫଳ: 08 ମଇ 2024, ମଙ୍ଗଳବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କର୍ମ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଆୟରପନ୍ଥା ସହଜ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରିବାର ତଥା କୁଟୁମ୍ବରେ କୌଣସି କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶତୃମାନେ ଦୁର୍ବଳ ହେବେ ଏବଂ ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଶତୃମାନେ ଦୁର୍ବଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:- ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନୂତନ ବନ୍ଧୁ ମିତ୍ରଙ୍କସହ ମିଳନ ହୋଇ ତାଙ୍କସହଯୋଗରେ ଆଗକୁ ବଢିପାରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!