ଦୈନିକ ରାଶିଫଳ: 08 ମାର୍ଚ୍ଚ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସହକର୍ମୀଙ୍କ ସହ ବିବାଦର ସମାଧାନ କରି କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ।ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅପରିଚିତ ଲୋକଙ୍କୁ ବିଶ୍ୱାସ କରି ତରତର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ପରିବାରରେ କୋଣସି ଉତ୍ସବ ପାଳନ କରିପାରନ୍ତି। କାର୍ଯ୍ୟ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରିବାକୁ ପଡିପାରେ। ଜୀବନସାଥୀଙ୍କ ସହିତ ବୁଲିବାକୁ ଯାଇ ପାରନ୍ତି। ଯଦି ଋଣ କରିବାକୁ ଚାହୁଁଛନ୍ତି ତେବେ ଡକ୍ୟୁମେଣ୍ଟ ଗୁଡିକୁ ଭଲଭାବରେ ପଢ଼ନ୍ତୁ। ଚାକିରୀ କ୍ଷେତ୍ରରେ ସହକର୍ମୀ ମାନଙ୍କ ହେତୁ ଠିକ୍‌ ସମୟରେ କାମ ପୂରଣ କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଭଲରେ ସମୟ ବିତାଇବେ। ଗ୍ରାଫିକ୍ସ ଓ ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ। ନିଜର ଗୁପ୍ତ ଜିନିଷ କିମ୍ବା ଗୁପ୍ତ ଯୋଜନାକୁ ଅନ୍ୟମାନଙ୍କ ପାଖରେ କୁହନ୍ତୁ ନାହିଁ। ନଚେତ୍‌ କିଛି ଲୋକ ଏହାର ଲାଭ ଉଠାଇବାକୁ ଚେଷ୍ଟା କରିପାରନ୍ତି। ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖି ଯେଉଁ କାର୍ଯ୍ୟ କରୁଛନ୍ତି ଭାବିଚିନ୍ତି ବୁଝିବିଚାରୀ କରନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମ୍ପତ୍ତି ସମ୍ବନ୍ଧିୟ ବିବାଦ ବୁଦ୍ଧିମାନ ଲୋକଙ୍କର ପରାମର୍ଶରେ ସମାଧାନ ହୋଇଯିବ। ଠିକ୍‌ ସମୟରେ ଅଫିସ୍‌ କାମ ପୂରଣ ହେବା ଯୋଗେ ମନରେ ପ୍ରସନ୍ନତା ରହିବ। ବଡ଼ କମ୍ପାନୀରେ ଚାକିରୀ କରୁଥିବା ଲୋକମାନେ ସହକର୍ମୀ ମାନଙ୍କ ସହିତ ଉତ୍ସର୍ଗୀକୃତ ରହି ସନ୍ତୁଷ୍ଟ ରହିବେ। ନିଷ୍ଠା ଓ କାର୍ଯ୍ୟକ୍ଷମତା ଲୋକମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ। ଯଦି ଯାତ୍ରା କରିବାକୁ ଯାଉଛନ୍ତି ତେବେ ସାବଧାନ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସରକାରୀ ସାହାଯ୍ୟ ମିଳିପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଖାଇବା ପିଇବାରେ କିଛି ବ୍ୟତିକ୍ରମ ଯୋଗେ ଗ୍ୟାଷ୍ଟିକ ସମସ୍ୟା ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଭ୍ରମଣକାଳରେ କ୍ଲେଶ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-କୌଣସି ମହତ୍ଵପୂର୍ଣ୍ଣ ସୂଚନା ପାଇ ପାରନ୍ତି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ଗୁରୁଗୁରୁଜନଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ।

କୁମ୍ଭ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ନୈତିକତା ହିସାବରୁ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!