ଦୈନିକ ରାଶିଫଳ: 08 ସେପ୍ଟେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରେମିକ ପ୍ରେମିକା ମାନେ ସତର୍କ ରହିଲେ ଆନନ୍ଦ ଅନୁଭବ କରିବେ। ରାଜନୀତିରେ ସଫଳତା ମିଳିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

କର୍କଟ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରିବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସରକାରୀ ସାହାଯ୍ୟ ମିଳିପାରେ। ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅନ୍ୟର ଉପକାର କରି ପ୍ରଶଂସା ପାଇବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନିଜର ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଯିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶୁଭ ଖବର ପାଇ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଶାନ୍ତି ବିରାଜମାନ କରିବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!