ମେଷ:-ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସରକାରୀ କାମରେ ସଫଳତା ପାଇବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର-ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତିହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଦୂର ସ୍ଥାନକୁ ଯାତ୍ରା କରିବେ। ଅଧସ୍ତନକର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆର୍ଥିକ ଉନ୍ନତିରେ ସଫଳତା ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବ୍ୟବସାୟରେ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।
ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂରେଇଯିବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ପରୀକ୍ଷାରେ ସଫଳ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ଚିନ୍ତା ଦୁରହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଅଫିସରେ ଟେନସନ ଦୂର ବେବ। ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ। ପାରିବାରିକ ସ୍ଥିତିରେ ସୁଦୃଢ ହେବ ଓ ସୁବିଧା ସୁଯୋଗ ପାଇ ଖୁସିହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।