ଦୈନିକ ରାଶିଫଳ: 09 ଅକ୍ଟୋବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶରୀର ସୁସ୍ଥ ରହିବାସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇ ଜନସେବାରେ ନିଜକୁ ନିୟୋଜିତ କରିବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଉଚ୍ଚଆଶା ସଫଳ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ଅନୁତାପ କରି ପାରନ୍ତି। ବାଣିଜ୍ୟ ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କେତେକ ସୂତ୍ରରୁ କିଛି ଧନ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବାସହ କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇପାରନ୍ତି। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବା ସହ ଆର୍ଥିକ ସାହାଯ୍ୟ ମିଳିପାରେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତିସହିବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶୁଭଖବର ପାଇ ଖୁସି ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପରିବାରରେ ସୁଖ ଶାନ୍ତି ପାଇବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହୋଇ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଶତୃମାନେ ପରାଜିତ ହେବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପାଠପଢ଼ାରେ ମନଯୋଗ ଦେବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!