ମେଷ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରିବେ। ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଲେଖାପଢାରୁ ଶୁଭଫଳ ମିଳିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ସ୍ଵନାମ ଅର୍ଜନ କରି ପାରିବେ। ବ୍ୟବସାୟରେ ସକାରାତ୍ମକ ଚିନ୍ତାଧାରା ଯୋଗେ ବିଶେଷ ଲାଭବାନ ହେବେ। ଗୃହୋପକରଣ କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଶରୀରପୀଡ଼ା ଭୋଗକରି ପାରନ୍ତି। ବାକ୍ୟ ସଂଯମତା ନରଖିଲେ କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶୁଭ ସମାଚାର ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବ୍ୟବସାୟରେ ପ୍ରସାର ପ୍ରଚାର ହୋଇ ଧନ ଲାଭ ହେବାରୁ ମନଖୁସି ରହିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କନ୍ୟା:-ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଋଣରୁ ମୁକ୍ତି ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମକର:-ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କ ଆଗମନ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।
କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବାଧା ଆସିପାରେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।