ଦୈନିକ ରାଶିଫଳ: 09 ଅଗଷ୍ଟ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରି ପ୍ରଶଂସିତ ହେବେ। ଘରର ଆବଶ୍ୟକ ଜିନିଷ କ୍ରୟ କରିପାରନ୍ତି। କିନ୍ତୁ ସନ୍ତାନ ମାନଙ୍କ ଉପରେ ଅଧିକ ଚାପ ପକାଇବା ଉଚିତ୍ ହେବନାହିଁ। ଆଚରଣ ଉଚାରଣ ପାଇଁ ସମସ୍ତଙ୍କର ପ୍ରିୟ ହୋଇ ପାରିବେ କିନ୍ତୁ କିଛିଲୋକ ପରିହାସ କରିବାକୁ ଚେଷ୍ଟା କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ମାନସିକ ଅଶାନ୍ତି ଦୂର ହୋଇ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ବସ୍ ଆପଣଙ୍କ ସହିତ ବହୁତ ଖୁସି ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳି ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସେୟାର ବଜାରରେ ବିନିଯୋଗ ଲାଭଦାୟକ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଅଟକିଥିବା ଧନ ପାଇପାରିବେ ଓ ବ୍ୟବସାୟରେ ଆୟ ବୃଦ୍ଧି ହେବାର ସମ୍ଭାବନା ଅଛି। ପତି-ପତ୍ନୀଙ୍କ ଭାବପ୍ରବଣତା ବୃଦ୍ଧିପାଇବାସହ ବହୁତ ଖୁସି ରହିବେ। ଅତୀତର ଅନୁଭୂତିରୁ ଶିକ୍ଷା ଆଜି ଉପଯୋଗୀ ହେବ ଓ ନୂତନ କୌଶଳ ଶିଖିବାକୁ ଚେଷ୍ଟା କରିବେ। ଶାସନ ଏବଂ ପ୍ରଶାସନ ସହିତ ଜଡିତ ଲୋକଙ୍କ ପାଇଁ ଦିନଟି ବହୁତ ଭଲ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପୁରୁଣା ରୋଗର ଉପଶମ ହେବାସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ନିଜର ପ୍ରଭାବ ବୃଦ୍ଧି ପାଇବ। ନୂତନ ଆୟରସ୍ରୋତ ଖୋଲିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସମାଜରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ପାଇବ। ଆଜି କର୍ମକ୍ଷେତ୍ରରେ କାମ କରିବା ପରି ଅନୁଭବ କରିବେ ନାହିଁ। ବ୍ୟବସାୟରେ ନୂତନ ପରୀକ୍ଷଣ କରି ପାରିବେ। ଛାତ୍ରଛାତ୍ରୀମାନେ ଏକ ନୂତନ ସମୟ ସାରଣୀ ପ୍ରସ୍ତୁତ କରି ଅଧ୍ୟୟନ କରିବେ।ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଆପଣ ଅନ୍ୟମାନଙ୍କଠାରୁ ସମ୍ମାନ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଶୀଘ୍ର ନିଷ୍ପତ୍ତି ନେବା ଠାରୁ ଦୂରେଇ ରହିବା ଉଚିତ୍। ନକାରାତ୍ମକ ଚିନ୍ତାଧାରା ମନକୁ ଆସିପାରେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟ ଚାପହେତୁ ସମସ୍ୟା କିଛି ଦେଖାଦେଇ ପାରେ। ଲାଭପ୍ରଦ ଓ ଭଲକାର୍ଯ୍ୟ ହାତଛଡା ହୋଇଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତା ଦେଖାଦେବ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦିତହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଦୂରସ୍ଥାନକୁ ଯାତ୍ରା କଲେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବା ସହ ଉଚ୍ଚଆଶା ପୂରଣ ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!