ଦୈନିକ ରାଶିଫଳ: 09 ଅଗଷ୍ଟ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ନିଜର ଚତୁରତା ଓ ବିବେକବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ହେବ। ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବାସହ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିମାନେ ଉନ୍ନତି କରି ପାରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ ଓ ଯାତ୍ରାରେ ସଫଳତା ପ୍ରାପ୍ତି ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ସଫଳତା ମିଳିବ। ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!