ମେଷ:-ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମ ସଂପର୍କରେ ସଂଯମତା ନରଖିଲେ ବିପଦରେ ପଡିବେ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। କର୍ମୋନ୍ନତି ହେବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ।ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ସୁଯୋଗ ପାଇବା ଯୋଗେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ନୂଆ କାମ କିଛି ଆରମ୍ଭ ନକରିବା ଭଲ। କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ।ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର:-ତମ୍ବା ପଇସାଟିଏ ପାଖରେ ରଖନ୍ତୁ।
ମୀନ:-ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।