ମେଷ:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ସମ୍ପତ୍ତି ବା ଘର ଗାଡି ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ସିଂହ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନବ୍ୟବସାୟ ବିସ୍ତାର କରିବା ଫଳରେ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ଆପଣ ଏମିତି କାର୍ଯ୍ୟ କରିବେ ଯାହାକି ଆପଣଙ୍କ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ତୁଳା:-ଅଧିକାଂଶ ସମୟରେ ମିଶୁଥିବା ସମ୍ମାନିତ ଲୋକଙ୍କ ମଧ୍ୟରେ ତୁମର ଅନୁପ୍ରବେଶ ଦୃଢହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ର ଓ ପରିବାର ଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ। ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ବିଶେଷ ଲାଭବାନ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଜୀବନସାଥିଙ୍କସହ ମତାନ୍ତର ଦେଖାଦେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହୋଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବା ସହ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।