ଦୈନିକ ରାଶିଫଳ: 09 ଜୁନ୍ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାତୀତ ଲାଭ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ପ୍ରଚାର ପ୍ରସାର ମାଧ୍ୟମରେ ଲୋକମାନଙ୍କ ସମ୍ନାକୁ ଆସିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ର ଛାତ୍ରୀମାନେ ଆତ୍ମନିର୍ଭର ଶୀଳତା ଶିଖିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶତୃ ପରାଜିତ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାସହ ମାନସିକ ଶାନ୍ତି ମିଳିବ। ଉତ୍ତମ ରୋଜଗାର ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବା ସହ ନିଜର ଉତ୍ପାଦନର ସର୍ବୋତ୍ତମ ବ୍ରାଣ୍ଡିଂ ଏବଂ ମାର୍କେଟିଂ କରିପାରିବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ବାକିଥିବା ଅର୍ଥପ୍ରାପ୍ତି ହେବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସ୍ୱାସ୍ଥ୍ୟ ଭଲ ରହି ନପାରେ। ପିଲାମାନଙ୍କର ଖରାପ ଅଭ୍ୟାସକୁ ଅଣଦେଖା କରନ୍ତୁ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ନିଜ ଜୀବନ ସାଥୀଙ୍କ ନିକଟରେ କିଛି ଲୁଚାନ୍ତୁ ନାହିଁ। ପ୍ରେମ ସଂପର୍କରେ ଟେନସନ ହେବାର ସମ୍ଭାବନା ଅଛି। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଅଧିକାରୀଙ୍କଠାରୁ ସହଯୋଗ ପାଇ ରାଜନୀତିକ୍ଷେତ୍ରରେ ଯଶକୀର୍ତ୍ତୀ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଉଧାର ଦେଇଥିବା ଟଙ୍କା ମିଳି ଯିବା ଫଳରେ ନୂତନ ଦ୍ରବ୍ୟ କ୍ରୟ କରିବେ। କର୍ମକ୍ଷେତ୍ର ରେ ପଦୋନ୍ନତି ହେବାର ସମ୍ଭାବନା ଅଛି। ନିଶ୍ଚିତ ଭାବରେ ପୁରୁଣା ବିନିଯୋଗର ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ଶାନ୍ତି ମିଳିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଆତ୍ମନିର୍ଭରଶୀଳ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ପ୍ରେମିକ ପ୍ରେମିକାଙ୍କର ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଶାରୀରିକ ସୁସ୍ଥତା ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ କୃଷିଜାତଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ। ପିଲାମାନେ ପ୍ରତିଯୋଗିତା ମୂଳକ ପରୀକ୍ଷା ଏବଂ କ୍ୟାରିୟର ସମ୍ବନ୍ଧୀୟ ସଫଳତା ପାଇପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମୀନ:-ପରିବାରରେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଆପଣ ସେ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପାଇବା ଉଚିତ୍। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!