ମେଷ:-ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ନୂତନ ଯୋଜନାରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କର୍କଟ:-ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହୋଇ ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। କାରଣ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ଶତ୍ରୁମାନେ ପରାଜିତ ହେବେ। ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ। ଇଲେକ୍ଟ୍ରୋନିକ୍ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ। ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ସମାଜରେ ପ୍ରତିଷ୍ଠା ବର୍ଦ୍ଧକ କାର୍ଯ୍ୟ ସମ୍ପର୍ଣ୍ଣ କରିବେ। ନିଜର କାର୍ଯ୍ୟକୁ ବାଦଦେଇ ପରୋପକାର କାର୍ଯ୍ୟରେ ମନ ଲଗେଇବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତରଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ବିଦ୍ୟାର୍ଥୀମାନଙ୍କର ମନୋବାଞ୍ଛିତ କାର୍ଯ୍ୟ ପୂରଣ ହୋଇ ମାନସିକ ଶାନ୍ତି ମିଳିବ। ପରିବାରର ସମସ୍ୟା ସମାଧାନ ହୋଇ ଆୟ ଦିଗଟି ସନ୍ତୋଷ ଜନକ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ସିନ୍ଦୁର ଟିକେ ମୁଣ୍ଡରେ ଲଗାନ୍ତୁ।
ଧନୁ:-ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ପରିବାରର ସଦସ୍ୟଙ୍କ ମନରେ ଆପଣଙ୍କ ପ୍ରତି ଭୁଲ୍ ବୁଝାମଣା ହୋଇପାରେ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାରର ପାଳନ କରନ୍ତୁ। ବିଦ୍ୟାର୍ଥୀମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ କମିଯିବ। ସ୍ୱାସ୍ଥ୍ୟ ସାମାନ୍ୟ ଦୁର୍ବଳ ରହିବ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ଶିକ୍ଷାକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ଦୂରଯାତ୍ରାରେ ସଫଳ ହେବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।