ଦୈନିକ ରାଶିଫଳ: 09 ଡିସେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଅସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ।ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ନିଜ ଲୋକମାନେ ପରଭଳି ବ୍ୟବହାର କରି ପାରନ୍ତି। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସକଳ କାର୍ଯ୍ୟରେ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହିବାସହ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯାନବାହନ ସୁଖ ମିଳିବାସହ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଜନସମ୍ପର୍କ ସୁଦୃଢ ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। ପ୍ରିୟଜନଙ୍କ ସହ ମିଳନ ହେବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହିବେ। ଋଣଭାର ବୃଦ୍ଧି ହେବ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଏକାଧିକ କାମରେ ହାତ ଦେଇ ଭଲବଦଳରେ ମନ୍ଦସୃଷ୍ଟି ହେବ। ସନ୍ତାନଙ୍କ ପାଇଁ ଓ ସ୍ୱାସ୍ଥ୍ୟନେଇ ଚିନ୍ତିତ ରହିବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!