ଦୈନିକ ରାଶିଫଳ: 09 ଡିସେମ୍ବର 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବାକୁ ଚେଷ୍ଟା କରୁଥିଲେ ବିଫଳ ହେବେ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୋର୍ଟ କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବା ସହ ସମ୍ମାନୀତ ହେବେ। ଖେଳ, ବିଦ୍ୟା କ୍ଷେତ୍ରରେ ଆଦୃତ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବା ଫଳରେ କୌଣସି କାମରେ ମନ ଲାଗିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାରେ ସଫଳତା ମିଳିବ ଓ ଉତ୍ତମ ରୋଜଗାର କରି ପାରିବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବନ୍ଧୁମିତ୍ରଙ୍କ ଠାରୁ ସହଯୋଗ ମିଳିବା ସହ ପରିବାରରେ ମାନସିକ ଶାନ୍ତି ମିଳିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଶୁଭ ସମ୍ବାଦ ପାଇବେ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପରିବହନରେ ବିଶେଷ ଲାଭବାନ ହେବେ ଓ ଆୟରପନ୍ଥା ସହଜ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଅନେକ ଦିଗରୁ ଖୁସି ମିଳିବ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କାରବାରରେ ଲାଭ ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ।ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ରାଜନୈତିକ କ୍ଷେତ୍ରରେ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଯୋଗଦେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଘରର ଗୁରୁଜନ ବା ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଶୁଭ ସମାଚାର ପାଇ ମନ ଖୁସି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!