ଦୈନିକ ରାଶିଫଳ: 09 ନଭେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ସମସ୍ତ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କ୍ୟାରିୟରର ଭବିଷ୍ୟତକୁ ନେଇ ଯୋଜନା କରିବେ। ଜୀବନସାଥୀଙ୍କ ପରାମର୍ଶରେ ଯଦି କୌଣସି ନିବେଶ କରିବାକୁ ଯୋଜନା କରୁଛନ୍ତି ତେବେ ଆଶାନୁଯାଇ ଫଳ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଶାନ୍ତି ଦେଖାଦେବ। ରାଜନୀତିରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନ ଯୋଗେ ପ୍ରସନ୍ନ ରହିବେ। ଉଦରପୀଡ଼ା, ରକ୍ତଚାପ ରୋଗପାଇଁ କଷ୍ଟ ଭୋଗି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ବନ୍ଧୁମିତ୍ର ମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ଟଙ୍କା ଆଦାନ ପ୍ରଦାନ କାରବାରରେ ଉନ୍ନତି କରିପାରିବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ନୂତନ ରୋଜଗାର ପ୍ରାପ୍ତି ହୋଇପାରେ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟରେ ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ଘର ବା କାର୍ଯ୍ୟ।ଳୟ ପରିବର୍ତ୍ତନ କରିପାରନ୍ତି ଯାହାଫଳରେ ଅଳ୍ପ ବାଧା ଆସିବ। ପାରିବାରିକ କ୍ଷେତ୍ରରେ ଇଛାଶକ୍ତି ସମ୍ୟକ ବୃଦ୍ଧି ପାଇବ। ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଠିକ୍ ବୁଝାମଣା ବଜାୟ ରହିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଆୟ ତୁଳନା ରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଉଚ୍ଚଆଶା ପୂରଣ ହୋଇପାରେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ପ୍ରତିକାର- ଶ୍ଵେତଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଘାଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ଅପେକ୍ଷା କରନ୍ତୁ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!