ଦୈନିକ ରାଶିଫଳ: 09 ଫେବୃୟାରି 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବାସହ ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭୋଗ ବିଳାସ, ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ବୃଦ୍ଧ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବାସହ ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବାସହ ସ୍ୱାସ୍ଥ୍ୟ ଭଲ ରହି ନପାରେ।ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବାସହ ଆର୍ଥିକ ସମସ୍ୟାରେ ସଫଳତା ମିଳିବ। ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ଵାରା ସମୟ ଆନନ୍ଦରେ କଟିବ। ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ତ ପ୍ରକାର ବ୍ୟବସାୟରେ ବେଶ୍ ଲାଭବାନ ହେବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବାସହ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବାସହ ଉତ୍ତମ ରୋଜଗାର ମିଳିବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବା ସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ସମ୍ପତ୍ତି କ୍ରୟ ବିକ୍ରୟ କରି ପାରନ୍ତି। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଶତୃମାନେ ଦୂରେଇ ଯିବାଫଳରେ ଆୟରସ୍ରୋତ ଖୋଲିଯିବାସହ ମାନସିକ ଚିନ୍ତା ଦୂର ହେବ। ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!