ଦୈନିକ ରାଶିଫଳ: 09 ମଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁସମ୍ବାଦ ଶୁଣିବେ, ଆର୍ଥିକ ସମସ୍ୟା ଦୂର ହେବାସହ ଉଚ୍ଚଆଶା ସଫଳ ହେବ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ପରିବାରରେ ମାନ ମନାନ୍ତର ଦୂରହୋଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତହେବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ ଓ ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ଵେ ଆୟ ବଢିବାସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ଫଳରେ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କନ୍ୟା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ଓ ଆଶାଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସୁଖ ଶାନ୍ତିରେ ଦିନଟି କାଟିପାରିବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ଋଣ ଭରଣାରେ ସହଜ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଇନ୍ଦ୍ରିୟପରାୟଣତା ଓ ବିଷୟ ବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପୁରୁଣା ବନ୍ଧୁଙ୍କ ସହାୟତାରେ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବା ସହ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!