ଦୈନିକ ରାଶିଫଳ: 09 ମଇ 2024, ବୁଧବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:୧ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ, ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। କର୍ମ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:୯ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ ଜୀବନ ଆନନ୍ଦରେ କଟିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସଂଘର୍ଷ ଦ୍ଵାରା ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ।ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହୋଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବାସହ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

କୁମ୍ଭ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବାଫଳରେ, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!