ଦୈନିକ ରାଶିଫଳ: 09 ମାର୍ଚ୍ଚ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ କଷ୍ଟ ଦୂରେଇ ଯିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କଳା, ସାହିତ୍ୟରେ ସମସ୍ୟା ଦୂର ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ ଓ ଶାରୀରିକ କଷ୍ଟ ଦୂରେଇ ଯିବ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ।କାରବାରରେ ସୁଧାର ଆସିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପାରିବାରିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!