ମେଷ:-ପ୍ରେମ ସମ୍ପର୍କରେ ଟେନସନକୁ ଏଡାଇବା ପାଇଁ, ନିଜ ମଧ୍ୟରେ ଭଲ ଯୋଗାଯୋଗ ରଖନ୍ତୁ। ରାଜନୀତି ସହିତ ଜଡିତ ଲୋକମାନେ ସାବଧାନ ହେବା ଉଚିତ୍ କିଛି ଲୋକ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। ପରିବାରର ପରିବେଶ ଆରାମଦାୟକ ହେବ। ବିଜ୍ଞାନ ପ୍ରତି ଆଗ୍ରହ ବୃଦ୍ଧି ପାଇବାସହ କେତେକ ଲୋକଙ୍କୁ ଜାଣିପାରିବେ ଯେଉଁମାନେ ଆପଣଙ୍କ ପାଇଁ ସହାୟକ ହେବେ। ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି। ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତା ଯୋଗେ ପ୍ରତିଦ୍ୱନ୍ଦ୍ୱୀ ମାନଙ୍କ ଉପରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢିରେ ମନ ଲାଗିବା ହେତୁ ସଠିକ୍ ଉତ୍ତର ଲେଖିପାରିବେ। ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ। ଆଇନ୍ କାନୁନ୍ ସମ୍ବନ୍ଧୀୟ ବୃତ୍ତିରେ ଭଲ ସଫଳତା ପାଇବାର ସମ୍ଭାବନା ଅଛି। ବ୍ୟକ୍ତିଗତ ସମ୍ପର୍କ ବଜାୟ ରଖିବା ପାଇଁ ଆପଣଙ୍କୁ ନତମସ୍ତକ ହେବାକୁ ପଡିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ବ୍ୟବସାୟରେ ଆଶାତୀତ ଲାଭ କରିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କୁମ୍ଭ:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ। ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ। ମାନସିକ ସ୍ଥିରତା ଦେଖାଦେବ ଓ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହେବେନାହିଁ। ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମୀନ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପାଦ ସହିତ ପାଦ ମିଶେଇ ଆଗକୁ ବଢିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।