ଦୈନିକ ରାଶିଫଳ: 09 ସେପ୍ଟେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାରନ୍ତି ଯାହା କି ଆପଣଙ୍କପାଇଁ ପ୍ରଚୁର ଲାଭ ଆଣିଦେବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପୁରାତନ ରୋଗର ଉପସମ ହେବାସହ ଶତୃମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବାସହ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାଆ ବାପାଙ୍କ ସହ ସମ୍ପର୍କ ଭଲ ରହିବ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନୂତନ ବନ୍ଧୁ ଲାଭହେବାସହ ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସରକାରୀ କର୍ମଚାରୀ ମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଦାମ୍ପତ୍ୟ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ମଧୁର ସ୍ଵାଦ ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ବନ୍ଧୁ ସମାଗମ ହେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବ୍ୟବସାୟିକ ଗତିବିଧି ଠିକ୍ ରହିବାସହ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!