ମେଷ:-ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମିଥୁନ:-ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
କନ୍ୟା:-ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ତୁଳା:-ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ। ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମ କ୍ଷେତ୍ରରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ମ କ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସୋଶିଆଲ୍ ମିଡିଆରେ ନୂଆ ଲୋକମାନଙ୍କ ସହିତ ସମ୍ପର୍କ ବୃଦ୍ଧି ପାଇବ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିଲେ କଷ୍ଟ ସହିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।