ମେଷ:-ଜୀବନସାଥୀଙ୍କ ସହିତ ସମ୍ପର୍କ ଦୃଢହେବାସହ ଦାମ୍ପତ୍ୟସୁଖରେ ଆନନ୍ଦିତ ହେବେ। ବିବାହ ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ। ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ। ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପରିବାରରେ ସୁଖ ଶାନ୍ତି ପାଇବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହୋଇ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଶୁଭଖବର ପାଇ ଖୁସି ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସାମାଜିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କର ପ୍ରଶଂସା କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଶତ୍ରୁଙ୍କ ସହ ଯତ୍ନର ସହିତ ମୁକାବିଲା କରିବା ଲାଭ ଦାୟକ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ସିଂହ:-ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟା କରିବେ। ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ବାକ୍ୟ ସଂଯମତା ନରଖିଲେ ବିପଦରେ ପଡିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ। ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି ହେବାସହ ଅନେକ କାର୍ଯ୍ୟରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ଋଣ ପରିଶୋଧ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତିହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିପାରିବେ। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ସହଯୋଗ ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅର୍ଥସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ହେବାସହ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବବାସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବା ସହ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମୀନ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଓ ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ମାନସିକ ଅଶାନ୍ତି ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।