ମେଷ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବାସହ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବାସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇ ପାରନ୍ତି। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ସହକର୍ମୀ ଓ କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାହାର ଡାକରା ପାଇ ଯଦି ଦୂରଯାତ୍ରା କରନ୍ତି କଷ୍ଟ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ହରେଇଥିବା ଟଙ୍କା ଫେରି ପାଇବା ଫଳରେ ବ୍ୟବସାୟକୁ ବିସ୍ତାର କରିପାରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବାସହ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହ ବର୍ଦ୍ଧକ ସମାଚାର ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ଶାରିରୀକ ଅସୁସ୍ଥତା ଦୂର ହୋଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ତୁଳା:-କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଶତୃନାଶ, ଋଣନାଶ ଓ କାର୍ଯ୍ୟ।ଳୟରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଅଚାନକ ଧନପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ ମାନସମ୍ମାନ ଯଶପ୍ରତିଷ୍ଠା ଲାଭହେବ। ଜାଗାଜମି, ଗୃହ ଓ ନୂତନ ବାହନଆଦି ପ୍ରାପ୍ତି ହୋଇପାରେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶୁଭ ସମାଚାର ପାଇ ମନ ଖୁସି ହେବାସହ ଦୂରଯାତ୍ରାକରି ଲାଭ ପାଇବେ। ପିଲାଙ୍କ ସହ ଖୁସିରେ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।