ଦୈନିକ ରାଶିଫଳ: 1 ଡିସେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ସମସ୍ୟାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବାସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବା ସହ ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ବନ୍ଧୁ ମିତ୍ରଙ୍କ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃ ବିରୋଧୀ ମାନେ କିଛି କ୍ଷତି କରି ପାରିବେ ନାହିଁ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟୀ ମାନେ ସ୍ଥଳବିଶେଷରେ ବିନାପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଶାନ୍ତି ପାଇବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ ଓ ସାଧାରଣ ବାତାବରଣ ଜାରିରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରତିକାର-ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

କର୍କଟ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-କାରବାରରେ ସ୍ଥିତି ଠିକ୍ ରହିବାଯୋଗେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବାସହ ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ଗୃହୋପକରଣ କ୍ରୟ କରିବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ଓ ପାରିବାରିକ ଜୀବନ ଯାପନ ଶାନ୍ତିପୂର୍ଣ୍ଣ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ।ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ଘନିଷ୍ଠତା ସୃଷ୍ଟିହେବ। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!