ଦୈନିକ ରାଶିଫଳ: 1 ମଇ 2025, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରେମୀକ ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

କର୍କଟ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିପାରେ। ରୋଜଗାର ସମସ୍ୟା ସୁଧୁରି ଯାଇ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ।ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଶାରୀରିକ ଅସୁସ୍ଥତା ଦୂର ହେବ ଓ ବ୍ୟବସାୟରେ ପ୍ରବଳ ଲାଭବାନ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟାପାର କାରବାରରେ ସୁଧାର ଆସି ବ୍ୟବସାୟରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶାରିରୀକ ଅସୁସ୍ଥତା ଦୂରହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପାରେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ପଡାପଡୋଶୀଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇ ଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ। ଆକସ୍ମିକ ଧନପ୍ରାପ୍ତି ହେବା ସହ ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଜୀବନ ସାଥିଙ୍କଠାରୁ ସହଯୋଗ ପାଇବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ଦାମ୍ପତ୍ୟ କଳହ ସୃଷ୍ଟିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!