ଦୈନିକ ରାଶିଫଳ: 10 ଅକ୍ଟୋବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ସରକାରୀ କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖମୟ ହେବ ଓ ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧ୍ୟୟନ, ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। କାରବାରରେ ସୁଧାର ଆସିବା ଫଳରେ ବ୍ୟବସାୟରେ ଉଚିତ୍ ଲାଭ ପାଇବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରା କରି ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!