ଦୈନିକ ରାଶିଫଳ: 10 ଅକ୍ଟୋବର 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପୁରୁଣା ଭୁଲଗୁଡିକର ପୁନରାବୃତ୍ତି ନ କଲେ ଭଲ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ। ଛାତ୍ରଛାତ୍ରୀ ମାନେ ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଉଚିତ୍ ପନ୍ଥା ଗ୍ରହଣ କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରି ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ନୂତନ ବନ୍ଧୁ ଭେଟ ହେବେ। ନୂତନ ବସ୍ତୁ କ୍ରୟ କରିବେ। ବ୍ୟବସାୟରେ ସାମାନ୍ୟ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା ଘଟି ଅଶାନ୍ତି ବାତାବରଣ ସୃଷ୍ଟି ହୋଇ ପାରେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!