ମେଷ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ବୃଷ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ଯୋଗଦେଇ ପ୍ରଶଂସା ପାଇବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। କର୍ମକ୍ଷେତ୍ରରେ କେବେବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଶୁଭକାମ କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସାକ୍ଷାତ୍କାରରେ ବିଜୟୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-କୌଣସି ରାଜନେତାଙ୍କ ସହଯୋଗରେ ଅନେକ ସମସ୍ୟା ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପରିବାରରେ ଆର୍ଥିକ ଉନ୍ନତି ହେବା ସହ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସନ୍ତୋଷ ପ୍ରକାଶ କରି ପାରନ୍ତି। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ଆର୍ଥିକ ଅନାଟନ ଦେଖା ଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମ୍ପର୍କୀୟଙ୍କ ଠାରୁ ସହଯୋଗ ପାଇ ପରିବାରରେ ସୁଖଶାନ୍ତି ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶାରୀରିକ ଅସୁସ୍ଥତା ଦୂରହେବା ସହ ଶତ୍ରୁମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ଧନୁ:-ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ସହ ଟଙ୍କାର ଆବଶ୍ୟକତା ପୂରଣ ହେବ। ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର- କଳା ରୁମାଲଟିଏ ପାଖରେ ରଖନ୍ତୁ।
କୁମ୍ଭ:-ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ରାଜନୀତିରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିଦ୍ଵନ୍ଦିତା ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।