ଦୈନିକ ରାଶିଫଳ: 10 ଏପ୍ରିଲ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶରୀରକୁ ଯଥେଷ୍ଟ ବିଶ୍ରାମ ଦେବା ଆବଶ୍ୟକ। ଲୋକମାନେ ଆପଣଙ୍କ କଥା ଦ୍ୱାରା ବହୁତ ପ୍ରଭାବିତ ହେବେ। ପିଲାମାନଙ୍କର ସଫଳତା ଦ୍ୱାରା ଆପଣ ଗର୍ବିତ ଅନୁଭବ କରିବେ। ସାଙ୍ଗମାନଙ୍କ ପରାମର୍ଶ ଆପଣଙ୍କ ପାଇଁ ବହୁତ ଉପଯୋଗୀ ହେବ। କର୍ମକ୍ଷେତ୍ରର ପୂର୍ବସମସ୍ୟା ଦୂର ହୋଇ ଧନ ପାଇବାର ସମ୍ଭାବନା ଅଛି। ପରିବାର ସହିତ ଭଲ ସମ୍ପର୍କ ରହିବା ଫଳରେ ଆପଣଙ୍କ କାମର ଗୁଣ ବହୁତ ବଢିଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ପୁରାତନ ରୋଗ ପୀଡାରୁ ଉପସମ ପାଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କର୍କଟ:-ନିଜର ଆତ୍ମବିଶ୍ୱାସ ପୂର୍ବ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବାସହ ବ୍ୟବସାୟରେ ବଡ ଧରଣର ଆର୍ଥିକ ସଫଳତା ପାଇପାରିବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶୁଭ ସମ୍ବାଦ ପାଇ ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର-ଧଳାରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ କର୍ମଚାରି ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଧାର୍ମିକ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଅଧାଥିବା କାର୍ଯ୍ୟ ପୂରଣ ହେବ। ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଅଛି ଓ ନିଜର ଭୁଲ ପାଇଁ ଅନୁତାପ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଚାଲୁଥିବା କାର୍ଯ୍ୟ ପୂରଣ କରିବାର ସୁଯୋଗ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପାରିବାରିକ ସମସ୍ୟା ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ଆଜି ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!