ମେଷ:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ବ୍ୟବସାୟରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ଲାଭ କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ଆୟଉପାର୍ଜନ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ କାମରେ ବିକାସ ହେବା ସହ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। ପ୍ରେମୀକ ପ୍ରେମିକାଙ୍କ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ମାନସିକଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ବିଦ୍ୟାର୍ଥୀମାନେ ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ଉତ୍ସାହିତ ହେବେ। ବନ୍ଧୁଙ୍କଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ନୂତନ ଦ୍ରବ୍ୟ କ୍ରୟ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ସତର୍କ ନହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଧନର ଆଗମନ ହେବା ଫଳରେ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ପ୍ରେମ ପ୍ରସଙ୍ଗରେ ଅନେକ ଦିଗରୁ ଖୁସି ମିଳିବ।