ମେଷ:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ପାରନ୍ତି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିଦ୍ଵନ୍ଦିତା ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଖେଳ, ବିଦ୍ୟାକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।
ମିଥୁନ:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ଶୁଭକାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହୋଇପାରେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ।ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
ତୁଳା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ଅଧୁରା କାର୍ଯ୍ୟ ପୂରଣ ହେବ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାସ୍ତାଘାଟରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସାଙ୍ଗ ସାଥିଙ୍କ ଠାରୁ ସାହାଯ୍ୟ ପାଇ ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଅଦାୟ କରି ପାରିବେ। ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖରେ କାଟିବେ। ପ୍ରେମପ୍ରସଙ୍ଗ ବା ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବିଦ୍ୟାରେ ଉନ୍ନତି କରିବେ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାରବାରରେ ସୁଧାର ଆସିବା ଫଳରେ ମନ ଭଲ ରହିବ। ରାଜନୀତି ମାମଲାରେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।